ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ, ଅଞ୍ଚଳରେ ଚାଞ୍ଚଲ୍ୟ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJune 16, 2026112 views

ଅନୁଗୋଳ: ସାମାନ୍ୟ କଥାକୁ କେନ୍ଦ୍ର କରି ଘଟିଗଲା ଏକ ଅଭାବନୀୟ ଘଟଣା। ସାନ ଭାଇଙ୍କ ଆକ୍ରମଣରେ ବଡ଼ ଭାଇଙ୍କ ମୃତ୍ୟୁ ଘଟିଥିବା ଘଟଣା ଅନୁଗୋଳ ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ମିଳିଥିବା ସୂଚନା ଅନୁଯାୟୀ, ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ମାଣିକଯୋଡ଼ି ପଞ୍ଚାୟତର ପୋକୁଣ୍ଡା ଗ୍ରାମରେ ଗତକାଲି ରାତିରେ ଦୁଇ ଭାଇଙ୍କ ମଧ୍ୟରେ ସାମାନ୍ୟ କଥାକୁ ନେଇ ଯୁକ୍ତିତର୍କ ହୋଇଥିଲା। ଯୁକ୍ତିତର୍କ ଉଗ୍ର ରୂପ ନେବାରୁ ସାନ ଭାଇ ବିପିନ ସିଠ ଉତ୍ତେଜିତ ହୋଇ ବଡ଼ ଭାଇ ଟିଟୁନ ସିଠଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।
ଆକ୍ରମଣରେ ଟିଟୁନ ସିଠ ଗୁରୁତର ଆହତ ହୋଇ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ଖବର ପାଇ ପୁରୁଣାକୋଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ପାରିବାରିକ ବିବାଦରୁ ଘଟିଥିବା ଏହି ଘଟଣା ସମଗ୍ର ଅଞ୍ଚଳରେ ଶୋକ ଓ ଚାଞ୍ଚଲ୍ୟର ପରିବେଶ ସୃଷ୍ଟି କରିଛି।
