--:--:--
-- ---
Srishti News

ଅଜଣା ପିକ୍‌ଅପ୍ ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟଙ୍କ ପୁଅ ମୃତ

Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJune 16, 2026131 views
ଅଜଣା ପିକ୍‌ଅପ୍ ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟଙ୍କ ପୁଅ ମୃତ
ଅନୁଗୋଳ: ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବଡକେରା ଛକ ନିକଟରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ବଡକେରା ଗ୍ରାମର ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଧରଣୀଧର ସାହୁଙ୍କ ପୁଅ ଅଭିରାମ ସାହୁ। ସୂଚନା ଅନୁସାରେ, ଆଜି ସନ୍ଧ୍ୟାରେ ଅଭିରାମ ତାଙ୍କ ସାନଭାଇଙ୍କ ସହ ବଡକେରା ଛକରୁ ଗୁପଚୁପ ନେଇ ନିଜ ଦୋକାନକୁ ଯାଉଥିବା ବେଳେ ଏକ ଅଜଣା ପିକ୍‌ଅପ୍ ଗାଡ଼ି ତାଙ୍କୁ ଧକ୍କା ଦେଇ ଅନୁଗୋଳ ଆଡ଼କୁ ଫେରାର ହୋଇଯାଇଥିଲା। ଦୁର୍ଘଟଣା ପରେ ସାନଭାଇଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଥିବା ଅଭିରାମଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ଅଭିରାମଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।