ଜନ ଅଭିଯୋଗ ଶୁଣାଣିରେ ୩୨ଟି ଅଭିଯୋଗ, ୫ଟିର ତୁରନ୍ତ ସମାଧାନ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJune 16, 2026109 views

ଅନୁଗୋଳ: ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଏବଂ ଜିଲ୍ଲାସ୍ତରୀୟ ସରକାରୀ ଅଧିକାରୀମାନଙ୍କ ଉପସ୍ଥିତିରେ ଜିଲ୍ଲା ମୁଖ୍ୟାଳୟ ସ୍ଥିତ ସର୍କିଟ ହାଉସରେ ଜନ ଅଭିଯୋଗର ମିଳିତ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଏହି ଶୁଣାଣିରେ ମୋଟ ୩୨ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୫ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା।
ସେହିପରି ରେଡକ୍ରସ ପାଣ୍ଠିରୁ ୩ ଜଣ ଅଭାବୀ ଓ ଦୁଃଖୀ ବ୍ୟକ୍ତିଙ୍କୁ ମୋଟ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଜନସାଧାରଣଙ୍କ ଅଭିଯୋଗର ଶୀଘ୍ର ସମାଧାନ ଓ ପ୍ରଶାସନିକ ସେବାକୁ ଅଧିକ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ଏହି ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
