ଚଡେଇରଗଡା ପ୍ରାଥମିକ ବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
Dhenkanal (ଢେଙ୍କାନାଳ)ରିପୋର୍ଟ: ସୁଶାନ୍ତ କୁମାର ପୋଥାଳ, ଭୁବନJune 22, 202665 views

ରିପୋର୍ଟ: ସୁଶାନ୍ତ କୁମାର ପୋଥାଳ, ଭୁବନ
ଭୁବନ: ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ଅନ୍ତର୍ଗତ ଚଡେଇରଗଡା ପ୍ରାଥମିକ ବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ଉତ୍ସାହର ସହ ପାଳନ କରାଯାଇଛି।
ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ପାଣିଗ୍ରାହୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଯୋଗାସନ ଓ ପ୍ରାଣାୟାମର ପ୍ରଶିକ୍ଷଣ ଦିଆଯାଇଥିଲା। ଏହା ସହିତ ଯୋଗର ଉପକାରିତା, ସୁସ୍ଥ ଶରୀର ଏବଂ ସୁସ୍ଥ ମନ ଗଠନରେ ଏହାର ଗୁରୁତ୍ୱ ସମ୍ପର୍କରେ ମଧ୍ୟ ଅବଗତ କରାଯାଇଥିଲା।
କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଅଶୋକ କୁମାର ପଣ୍ଡା ଏବଂ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଶିକ୍ଷାକର୍ମୀ କୁନ୍ତଳା ଦେହୁରୀ ସକ୍ରିୟ ସହଯୋଗ କରିଥିଲେ। ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଯୋଗାଭ୍ୟାସରେ ଅଂଶଗ୍ରହଣ କରିଥିଲେ।
କାର୍ଯ୍ୟକ୍ରମ ଶେଷରେ ନିୟମିତ ଯୋଗାଭ୍ୟାସ କରି ସୁସ୍ଥ ଓ ନିରୋଗ ଜୀବନ ଯାପନ କରିବାକୁ ସମସ୍ତଙ୍କୁ ଆହ୍ୱାନ ଦିଆଯାଇଥିଲା।
