ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମରେ ସାମିଲ ହେଲେ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାJune 26, 202688 views

ଅନୁଗୋଳ: ରାଜ୍ୟରେ ବିଜେପି ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନ୍ତର୍ଗତ ଅନୁଗୁଳ ମୁନିସିପାଲିଟିର ୧୫ ନମ୍ବର ୱାର୍ଡ ତାମ୍ରିତ୍ କଲୋନୀରେ ଏକ ସଚେତନତା ଓ ଜନସମ୍ପର୍କ ସଭା ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ଅନୁଗୁଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ଯୋଗଦେଇ ୱାର୍ଡବାସୀଙ୍କ ସହ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା, ସହରାଞ୍ଚଳ ବିକାଶ ଏବଂ ନାଗରିକ ସୁବିଧା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ସେ ଉପସ୍ଥିତ ହିତାଧିକାରୀମାନଙ୍କୁ ବିଭିନ୍ନ ସରକାରୀ ଯୋଜନା ଅନ୍ତର୍ଗତ ସହାୟତା ରାଶି ପ୍ରଦାନ କରିବା ସହ ଯୋଜନାର ସୁଫଳ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସମସ୍ତଙ୍କ ସହଯୋଗ ଆହ୍ୱାନ କରିଥିଲେ।
କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ଚାଲିଥିବା ରାଜ୍ୟସ୍ତରୀୟ ଅଭିଯାନର ଉଦ୍ଦେଶ୍ୟ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। “ବିକାଶ ଧାରା ଓଡ଼ିଶା ସାରା” ସଂକଳ୍ପକୁ ସାକାର କରିବା ପାଇଁ ପ୍ରଶାସନ ଓ ଜନସାଧାରଣଙ୍କ ସକ୍ରିୟ ସହଭାଗିତା ଅତ୍ୟନ୍ତ ଆବଶ୍ୟକ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ।
ଏହି ଅବସରରେ ଅନୁଗୁଳ ପୌରପାଳିକାର ନିର୍ବାହୀ ଅଧିକାରୀ ଶ୍ରୀ ସତ୍ୟ ପ୍ରକାଶ ତ୍ରିପାଠୀ, ବିଜେପି ନେତା ଶ୍ରୀ ବାବୁଲି ନାଏକ, ପୂର୍ବତନ କାଉନସିଲର ଶ୍ରୀ ବଂଶୀଧର ପ୍ରଧାନଙ୍କ ସମେତ ୱାର୍ଡର ବହୁ ବାସିନ୍ଦା ଉପସ୍ଥିତ ଥିଲେ।
