ଟାଙ୍ଗୀ ବ୍ଲକ୍ରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Khordha (ଖୋର୍ଦ୍ଧା)ରିପୋର୍ଟ- ପ୍ରିୟଙ୍କା ମହାପାତ୍ର, ଖୋର୍ଦ୍ଧାJuly 15, 202663 views

ଖୋର୍ଦ୍ଧା-: ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ବ୍ଲକ୍ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର ସ୍ମିଥ ପାରୁଶୋତ୍ତମ୍ ଦାସଙ୍କ ଉପସ୍ଥିତିରେ ବ୍ଲକ୍ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଟାଙ୍ଗୀ ବ୍ଲକ୍ର ବିଭିନ୍ନ ପଞ୍ଚାୟତରୁ ଆସିଥିବା ସାଧାରଣ ଲୋକମାନେ ସେମାନଙ୍କର ବିଭିନ୍ନ ସମସ୍ୟା ଓ ଅଭିଯୋଗ ସମ୍ପର୍କରେ ପ୍ରଶାସନଙ୍କ ନିକଟରେ ଦରଖାସ୍ତ ଉପସ୍ଥାପନ କରିଥିଲେ। ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଲୋକଙ୍କ ଅଭିଯୋଗ ଶୁଣି ସମ୍ପୃକ୍ତ ବିଭାଗର ଅଧିକାରୀମାନଙ୍କୁ ତ୍ୱରିତ ପଦକ୍ଷେପ ଗ୍ରହଣ କରି ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଆବେଦନଗୁଡ଼ିକର ଗ୍ରହଣ ଓ ତ୍ୱରିତ ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ନେଇଥିଲେ।
