ଭଦ୍ରକ ଜିଲ୍ଲାର ଠାକୁରପାଟଣା ଗ୍ରାମରେ ଧୁମଧାମରେ ପାଳିତ ହେଲା ବିଶ୍ୱପ୍ରସିଦ୍ଧ ରଥଯାତ୍ରା
Bhadrak (ଭଦ୍ରକ)ରିପୋର୍ଟ :ଶିଶିର କୁମାର ସ୍ୱାଇଁJuly 17, 202633 views

ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅନ୍ତର୍ଗତ ଦଇପୁର ପଞ୍ଚାୟତର ଠାକୁରପାଟଣା ଗ୍ରାମରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଚଳିତ ବର୍ଷ ମଧ୍ୟ ଅତ୍ୟନ୍ତ ଆଡ଼ମ୍ବର ଓ ଭକ୍ତିମୟ ପରିବେଶରେ ପାଳନ କରାଯାଇଛି। ଦୀର୍ଘ ବର୍ଷ ଧରି ଏହି ଗ୍ରାମରେ ରଥଯାତ୍ରା ପାଳନର ପରମ୍ପରା ଅବ୍ୟାହତ ରହିଛି।
ଗ୍ରାମସ୍ଥିତ ଶ୍ରୀଜଗନ୍ନାଥ ବଡ଼ଦେଉଳରୁ ପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା ରଥାରୂଢ଼ ହୋଇ ମାଉସୀ ମା'ଙ୍କ ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। ରଥଯାତ୍ରାରେ ଆଗରେ ଶ୍ରୀବଳଭଦ୍ର, ମଝିରେ ଦେବୀ ସୁଭଦ୍ରା ଏବଂ ପଛରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଦର୍ଶନ ପାଇ ହଜାର ହଜାର ଭକ୍ତ ଭାବବିହ୍ୱଳ ହୋଇପଡ଼ିଥିଲେ। ଶେଷରେ ତିନି ଠାକୁର ମାଉସୀ ମା'ଙ୍କ ମନ୍ଦିରରେ ପହଞ୍ଚିଥିଲେ।ରଥଯାତ୍ରା ଅବସରରେ ଭାରତୀୟ ଜନତା ପାର୍ଟି (ବିଜେପି) ଓ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭକ୍ତମାନଙ୍କୁ ପଣା ବଣ୍ଟନ କରାଯାଇଥିଲା। ସେହିପରି ବିଭିନ୍ନ ସାମାଜିକ ଓ ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ପ୍ରସାଦ ବଣ୍ଟନ କରାଯାଇଥିଲା। ସମଗ୍ର ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମରେ ସମଗ୍ର ଅଞ୍ଚଳ ଭକ୍ତିମୟ ପରିବେଶରେ ମୁଖରିତ ହୋଇଉଠିଥିଲା।
