--:--:--
-- ---
Srishti News

ଗୁଳି ଫୁଟାଇ ଦାମୀ ବାଇକ୍ ଲୁଟ୍, ଯୁବକ ଗୁରୁତର

Khordha (ଖୋର୍ଦ୍ଧା)ରିପୋର୍ଟ: ପ୍ରିୟଙ୍କା ମହାପାତ୍ରAugust 21, 202667 views
ଗୁଳି ଫୁଟାଇ ଦାମୀ ବାଇକ୍ ଲୁଟ୍, ଯୁବକ ଗୁରୁତର
ନୟାଗଡ଼ ଜିଲ୍ଲାର ଚାନ୍ଦପୁର ଥାନା ଅଧୀନ ପଟିଆ ପାଇକସାହି ଅଞ୍ଚଳରେ ବୁଧବାର ସକାଳେ ଏକ ଚାଞ୍ଚଲ୍ୟକର ଗୁଳିକାଣ୍ଡ ସହ ବାଇକ୍ ଲୁଟ୍ ଘଟଣା ଘଟିଛି। ଶୌଚ ପାଇଁ ଯାଉଥିବା ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ତାଙ୍କର ଦାମୀ ବାଇକ୍ ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଦୁର୍ବୃତ୍ତଙ୍କ ଗୁଳି ଯୁବକଙ୍କ ଉଭୟ ଗୋଡ଼ରେ ବାଜିଥିଲା। ଫଳରେ ସେ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ଘଟଣାର ଖବର ପାଇ ଚାନ୍ଦପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବାଇକ୍ ଲୁଟ୍‌ର ପ୍ରକୃତ କାରଣ, ଘଟଣାରେ ସମ୍ପୃକ୍ତ ଦୁର୍ବୃତ୍ତଙ୍କ ପରିଚୟ ଏବଂ ସେମାନଙ୍କୁ ଧରିବା ପାଇଁ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି। ଏହି ଘଟଣା ପରେ ଅଞ୍ଚଳରେ ଭୟ ଓ ଉତ୍କଣ୍ଠାର ପରିବେଶ ସୃଷ୍ଟି ହୋଇଥିବା ବେଳେ ଦୁର୍ବୃତ୍ତଙ୍କୁ ଶୀଘ୍ର ଗିରଫ କରିବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି।