୨.୪୩ କୋଟିରେ ନୂଆ ସ୍କୁଲ୍ ଗୃହ, ଉଦ୍ଘାଟନ କଲେ ବିଧାୟକ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଓ ସରୋଜ କାନ୍ତ ଜେନାAugust 21, 202678 views

ଅନୁଗୋଳ: ଅନୁଗୋଳ ବିଧାନସଭା ଅନ୍ତର୍ଗତ ଖଲାରୀ ପଞ୍ଚାୟତର ଖମାରଠାରେ ୨ କୋଟି ୪୩ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ ହୋଇଛି। ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂତନ ଗୃହର ଉଦ୍ଘାଟନ କରିଥିଲେ।
ନୂଆ ଭିତ୍ତିଭୂମି ଦ୍ୱାରା ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ଉନ୍ନତ ଓ ସୁବିଧାଜନକ ପରିବେଶ ସୃଷ୍ଟି ହେବ ବୋଲି ଆଶା ପ୍ରକାଶ ପାଇଛି। କାର୍ଯ୍ୟକ୍ରମରେ ଶିକ୍ଷା ବିଭାଗର ଅଧିକାରୀ, ଖଲାରୀ ସରପଞ୍ଚ, ସମିତି ସଭ୍ୟ, ଜନପ୍ରତିନିଧି, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ ସମେତ ବହୁ ଅତିଥି ଉପସ୍ଥିତ ଥିଲେ।
