--:--:--
-- ---
Srishti News

ସାମ୍ବାଦିକଙ୍କୁ ମାରପିଟ୍ ଓ ଆକ୍ରମଣ ଘଟଣା: କୋରେଇ ଥାନାରେ ମାମଲା ରୁଜୁ

Jajpur (ଯାଜପୁର)ରିପୋର୍ଟ: ବିଜୟାନନ୍ଦ ତ୍ରିପାଠୀ, ଭଂଜନଗରAugust 26, 202638 views
ସାମ୍ବାଦିକଙ୍କୁ ମାରପିଟ୍ ଓ ଆକ୍ରମଣ ଘଟଣା: କୋରେଇ ଥାନାରେ ମାମଲା ରୁଜୁ
ଯାଜପୁର ଜିଲ୍ଲା କୋରେଇ ଥାନା ଅଞ୍ଚଳରେ କାର୍ଯ୍ୟରତ ଜଣେ ସାମ୍ବାଦିକଙ୍କୁ କିଛି ଦୁର୍ବୃତ୍ତ ସଂଘବଦ୍ଧ ଭାବେ ମାଡ଼ ମାରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ସାମ୍ବାଦିକ ଜଣକ ନିଜର ବୃତ୍ତିଗତ କାର୍ଯ୍ୟ ସମ୍ପାଦନ କରୁଥିବା ସମୟରେ କିଛି ଦୁର୍ବୃତ୍ତ ତାଙ୍କୁ ଗାଳିଗୁଲଜ କରିବା ସହ ଅଚାନକ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ତାଙ୍କୁ ନିର୍ଘାତ ମାଡ଼ ମାରିବା ସହ ତାଙ୍କ ପାଖରେ ଥିବା କ୍ୟାମେରା, ମୋବାଇଲ୍ ଓ ଅନ୍ୟାନ୍ୟ ଜିନିଷପତ୍ର ଛଡ଼ାଇ ନେବାକୁ ଚେଷ୍ଟା କରିଥିଲେ। ​ ଘଟଣାସ୍ଥଳରେ ଚିତ୍କାର ଶୁଣି ସ୍ଥାନୀୟ ଲୋକମାନେ ରୁଣ୍ଡ ହୋଇଯିବାରୁ ଦୁର୍ବୃତ୍ତମାନେ ସେଠାରୁ ଫେରାର୍ ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ସାମ୍ବାଦିକଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ନେଇ ପୀଡ଼ିତ ସାମ୍ବାଦିକ କୋରେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଆକ୍ରମଣକାରୀ ଦୁର୍ବୃତ୍ତମାନଙ୍କୁ ଚିହ୍ନଟ କରି ଗିରଫ କରିବା ପାଇଁ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି। ​ଏହି ଆକ୍ରମଣ ଘଟଣାକୁ ସ୍ଥାନୀୟ ସାମ୍ବାଦିକ ସଂଘ ଓ ଓଡିଶା ଡିଜିଟାଲ ମିଡ଼ିଆ ମହାସଂଘ ର ସଭାପତି ମନୋଜ ଶତପଥୀ ଦୃଢ଼ ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।