ଗଣ୍ଡିବେଢ଼ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଅନୁଗୋଳSeptember 20, 202658 views

ଅନୁଗୋଳ: ମରାତିରାସ୍ଥିତ ଗଣ୍ଡିବେଢ଼ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳନ ନିମନ୍ତେ ପ୍ରଥମ ପ୍ରାକ୍ ପ୍ରସ୍ତୁତି ବୈଠକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି।
୧୯୭୭ ମସିହା ଜୁଲାଇ ୧ରେ ପ୍ରତିଷ୍ଠିତ ଏହି ଶିକ୍ଷାନୁଷ୍ଠାନ ୨୦୨୭ରେ ୫୦ ବର୍ଷ ପୂରଣ କରିବ। ଏହି ଅବସରକୁ ଭବ୍ୟ ଓ ସ୍ମରଣୀୟ କରିବା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ପୁରାତନ ଛାତ୍ରଛାତ୍ରୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।
ବୈଠକରେ ବିଭିନ୍ନ ପଞ୍ଚାୟତର ପୁରାତନ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ଯୋଗଦେଇଥିଲେ। ସୁବର୍ଣ୍ଣ ଜୟନ୍ତୀ ଉତ୍ସବର ସୁଚାରୁ ପରିଚାଳନା ଏବଂ ବିଭିନ୍ନ ଉପ-କମିଟି ଗଠନ ନେଇ ଆଲୋଚନା ହୋଇଥିଲା। ଆଗାମୀ ଉତ୍ସବକୁ ନେଇ ପୁରାତନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ପ୍ରକାଶ ପାଇଛି।
