କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
Kendujhar (କେନ୍ଦୁଝର)କେନ୍ଦୁଝର ରୁ ନିରଞ୍ଜନ ପାଣିଙ୍କ ରିପୋର୍ଟOctober 5, 202627 views

କେନ୍ଦୁଝର: ୦୫/୧୦:କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍ ଠାରେ ଆଜି ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ବିଭାଗୀୟ ଅଧିକାରୀ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶତାଧିକ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ।
ଆଜିର ଏହି ଶିବିରରେ ମୋଟ ୨୧୨ଟି ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଛି। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୧୮୮ଟି, ସାମୁହିକ ଅଭିଯୋଗ ୨୪ଟି ଏବଂ ରେଡକ୍ରସ ସହାୟତା ପାଇଁ ୦୯ଟି ଆବେଦନ ଗ୍ରହଣ କରାଯାଇଛି। ୩୮ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା।
ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲପାଳ ଶ୍ରୀ ବିଶାଲ ସିଂହ, ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ହନୁମନ୍ତ ଧାମଧେରେ , ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ମନ୍ଦରଧର ମହାଳିକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ କୁମାର ନାଗଭୂଷଣ, ଉପ-ଜିଲ୍ଲାପାଳ କେନ୍ଦୁଝର ଉମାଶଙ୍କର ଦଳାଇ ଏବଂ ଏସଡିପିଓ ସୁଦର୍ଶନ ଗଙ୍ଗୋଇଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟମାନେ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ବୁଝିଥିଲେ।
