ବୋଲଗଡ଼ରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ୬୮ଟି ଅଭିଯୋଗର ଶୁଣାଣି, ୭ଟିର ତତ୍କାଳ ସମାଧାନ
Khordha (ଖୋର୍ଦ୍ଧା)ରିପୋର୍ଟ- ପ୍ରିୟଙ୍କା ମହାପାତ୍ର, ଖୋର୍ଦ୍ଧାOctober 12, 202650 views

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୬୮ଟି ଅଭିଯୋଗର ଶୁଣାଣି କରାଯାଇଥିବା ବେଳେ ସେଥିମଧ୍ୟରୁ ୭ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।ଏହି ଅବସରରେ ଜଣେ ହିତାଧିକାରୀଙ୍କୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତିନି ଜଣ ହିତାଧିକାରୀଙ୍କୁ ମୋଟ ୫୫ ହଜାର ଟଙ୍କାର ସହାୟତା ରାଶି ଜିଲ୍ଲାପାଳ ପ୍ରଦାନ କରିଥିଲେ।ଶିବିରରେ ବେଗୁନିଆ ବିଧାୟକ, ଖୋର୍ଦ୍ଧା ଜିଲ୍ଲା ଆରକ୍ଷୀ ଅଧୀକ୍ଷକ, ଉପଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ଲୋକଙ୍କ ସମସ୍ୟାର ସମାଧାନ ଓ ଯୋଗ୍ୟ ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ଏହି ଜନଶୁଣାଣୀ ଶିବିରର ମୁଖ୍ୟ ଉଦ୍ଦେଶ୍ୟ ଥିଲା।
