ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
Angul (ଅନୁଗୋଳ)ରିପୋର୍ଟ: ରୁଦ୍ର ମୋହନ ସାହୁ ଅନୁଗୋଳOctober 15, 202639 views

ଅନୁଗୋଳ: ଜିଲ୍ଲା କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସେପ୍ଟେମ୍ବର ମାସରେ ଘଟିଥିବା ସଡ଼କ ଦୁର୍ଘଟଣା, ଦୁର୍ଘଟଣାର କାରଣ ଏବଂ ଏହାର ନିରାକରଣ ପାଇଁ ପରିବହନ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସଡ଼କ ଦୁର୍ଘଟଣା ହ୍ରାସ କରିବା ସହ ଯାତାୟାତକୁ ଅଧିକ ସୁରକ୍ଷିତ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।
