--:--:--
-- ---
Srishti News

ଓଏଭି ଜାହାରିଟୋଲିରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ

Rourkela (ରାଉରକେଲା)ଗଣପତି ଦାସOctober 16, 202627 views
ଓଏଭି ଜାହାରିଟୋଲିରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ
ଜାହାରିଟୋଲି, ୧୬ ଅକ୍ଟୋବର ୨୦୨୬: ପୁରୁଣାପାଣି କ୍ଲଷ୍ଟର ଅନ୍ତର୍ଗତ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଜାହାରିଟୋଲି ପରିସରରେ ଆନନ୍ଦ ଓ ଉତ୍ସାହର ସହିତ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବରେ ପୁରୁଣାପାଣି କ୍ଲଷ୍ଟର ଅନ୍ତର୍ଗତ ୧୧ଟି ବିଦ୍ୟାଳୟର ପ୍ରାୟ 160 ଜଣ ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ଜାହାରିଟୋଲି ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ନାନକି କୁଜୁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଯାପନୀ ସମାରୋହରେ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀମତୀ ସାଲଗେମୋନି ଟୁଡୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଏହି ମହୋତ୍ସବରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ନିଜର କଳା, ଦକ୍ଷତା ଓ ସୃଜନଶୀଳତାର ପରିଚୟ ଦେଇଥିଲେ। ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ବିଜେତା ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ଯାପନୀ ସମାରୋହରେ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ପୁରୁଣାପାଣି କ୍ଲଷ୍ଟରର ସିଆରସିସି ଶ୍ରୀ ରମେଶ ଲାଖୁଆ ଏବଂ ଓଏଭି ଜାହାରିଟୋଲିର ଅଧ୍ୟକ୍ଷା ଶ୍ରୀମତୀ ନମିତା ପ୍ରଧାନଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପନ୍ନ ହୋଇଥିଲା। ଶିଶୁ ମହୋତ୍ସବ ‘ସୁରଭି’ ଶିଶୁମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ ସହିତ ଏହିପରି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କୁ ଭବିଷ୍ୟତରେ ଦକ୍ଷ, ସୃଜନଶୀଳ ଓ ଆତ୍ମବିଶ୍ୱାସୀ ନାଗରିକ ଭାବେ ଗଢ଼ିତୋଳିବାରେ ପ୍ରେରଣା ଯୋଗାଇବ ବୋଲି ଆଶା ପ୍ରକାଶ କରାଯାଇଛି।